ବାରିପଦା – ତା :- 11/05/2023 ରିଖ ଓଡିଶା ନାଭାଲ ଟାଟା ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଏକ ହକି ତାଲିମ କେନ୍ଦ୍ର ଚାନ୍ଦୁଆ ଏସ ଏସ ଡି ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରତିଷ୍ଠା କରାଯାଇଛି I ଏହି ତାଲିମ କେନ୍ଦ୍ରକୁ ଭିଡ଼ିଓ କନଫରେସିଂ ମାଧ୍ୟମରେ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି I ଏହି ଅବସରରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିନୀତ ଭରଦ୍ୱାଜ ଓସ୍ୱାନ ହଲରେ ଉପସ୍ଥିତ ଥିଲେ I ଆଗାମୀ ଦିନରେ ବହୁ ଯୁବ ଖେଳାଳି ଏଠାରେ ତାଲିମ ନେଇ ଭବିଷ୍ୟତରେ ରାଜ୍ୟ, ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ଖେଳିପାରିବେ ବୋଲି ଜିଲ୍ଲାପାଳ ପ୍ରକାଶ କରିବା ସହ ଏଥିପାଇଁ ଆବଶ୍ୟକୀୟ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବବୋଲି ପ୍ରତିଶୃତି ଦେଇଛନ୍ତି I ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଉନ୍ନୟନ ଅଧିକାରୀ, ଜିଲ୍ଲା କ୍ରୀଡା ଅଧିକାରୀ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ I

Leave a Reply

Your email address will not be published. Required fields are marked *