ବାରିପଦା – ତା :- 18/02/2023 ରିଖ ବାରିପଦା ସହର ଠାରୁ 8 କି ମି ଦୂରରେ ସ୍ଥିତ ସ୍ୱରୂପଭିଲ୍ଲା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ପ୍ରଧାନ ଶିକ୍ଷୟତ୍ରୀ ପୁଷ୍ପିତା ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବ୍ରଜମୋହନ ମୁର୍ମୁ ଓ ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ରଣଜିତ ମହାନ୍ତ, ୱାର୍ଡ ମେମ୍ବର ବିମଳ ସିଂ ଓ ସି ଆର ସି ସି କଲ୍ୟାଣ ଆଶିଷ ଦାସ ପ୍ରମୁଖ ଯୋଗ ଦେଇ କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ I ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ପାରିବେଷିତ ସାଂସ୍କୃତିକ କାର୍ଯ୍ୟକ୍ରମ ସମସ୍ତଙ୍କର ମନ ମୋହିଥିଲା I ବହୁ ସଂଖ୍ୟାରେ ଗ୍ରାମବାସୀ ଓ ଅଭିଭାବକ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ I ସମସ୍ତ ଶିକ୍ଷୟତ୍ରୀ, ବିଦ୍ୟାଳୟ ପରିଚାଳନା କମିଟି ଓ ପୁରାତନ ଛାତ୍ର ଛାତ୍ରୀଙ୍କ ସହଯୋଗ ପାଇଁ ଉତ୍ସବଟି ସଫଳ ହୋଇଥିବାରୁ ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ବେହେରା ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ I