ବାରିପଦା :ତା 06-03-2023 ରିଖ. ଆଜି ମୟୁରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦା ଠାରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସର ସ୍ଥିତ ଫେସିଲିଟେସନ ସେଣ୍ଟର ରେ ଅତିରିକ୍ତ ଜିଲ୍ଲlପାଳ(ସାଧାରଣ ) ରୁଦ୍ର ନାରାୟଣ ମହାନ୍ତି ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଋଷିକେଶ ଦ୍ୟାନଦେଓ ଖିଲାରୀ ଙ୍କ ତତ୍ତ୍ୱlବଧାନ ଏକ ମିଳିତ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି. ପ୍ରାରମ୍ଭ ରେ ଅତିରିକ୍ତ ଜିଲ୍ଲlପାଳ ଶିବିର କୁ ଆସୁଥିବା ଜନସାଧାରଣ ଙ୍କ ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ. ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ 139 ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ 123 ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ 16 ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା. ଆଜିର ଆପତ୍ତି ଅଭିଯୋଗ ଗୁଡିକ ବିଶେଷ କରି ଆବାସ ଯୋଜନା, ବାର୍ଦ୍ଧକ୍ୟ ଭତ୍ତା ଓ ଭୂମି ହୀନ ଇତ୍ୟାଦି ସମ୍ବନ୍ଧରେ ଥିଲା.ଗ୍ରହଣ କରାଯାଇଥିବା ଉକ୍ତ ଆପତ୍ତି ଅଭିଯୋଗ ଗୁଡିକ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ. ଅନୁଷ୍ଠିତ ଉକ୍ତ ଶିବିର ରେ ବିଭିନ୍ନ ବିଭାଗ ର ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ବାରିପଦା ଉପଖଣ୍ଡ ଅଧିନସ୍ଥ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଗୋଷ୍ଠୀ ଶିକ୍ଷାଧିକାରୀ ଏବଂ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ. ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ତଥା ପି. ଜି. ସେଲ ର ନୋଡାଲ ଅଧିକାରୀ ସୁଜୟ କୁମାର ପତି ଙ୍କ ତତ୍ତ୍ୱlବଧାନ ରେ ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା.